ରୋମୀୟ 16

[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।]

Romans 16:24 (UKJV) The grace of our Lord Jesus Christ be with you all. Amen.

22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।

23ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

24[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।]

25ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,

26ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.