1କେଙ୍କ୍ରେୟା ସହରରେ ଥିବା ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଉଣୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,
2ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାହାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାହାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି।
3“ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
4ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
5ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି।