2ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାହାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାହାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି।
3“ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
4ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
5ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି।
6ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ।