5ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି।
6ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ।
7ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।
8ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ।
9ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।