7ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।
8ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ।
9ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।
10ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ।
11ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ।