11କାରଣ ଈଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।
12ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
13କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।
14ଯେଣୁ ଅଣଯିହୁଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;
15କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;