15କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;
16ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
17କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ,
18ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ,
19ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,