18ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ,
19ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
20ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,
21ତେବେ ଯଦି ତୁମ୍ଭେ ଯେ ପରକୁ ଶିକ୍ଷା ଦେଉଅଛ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?
22ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ତୁମ୍ଭେ ଯେ ପ୍ରତିମା ଘୃଣା କରୁଅଛ, କଅଣ ମନ୍ଦିର ଲୁଣ୍ଠନ କରୁଅଛ?