23ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ବରଙ୍କୁ ଅନାଦର କରୁ ନାହଁ?
24କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”
25ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ।
26ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?
27ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।