ରୋମୀୟ 2

କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;

Romans 2:28 (UKJV) For he is not a Jew, which is one outwardly; neither is that circumcision, which is outward in the flesh:

26ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?

27ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।

28କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;

29କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.