1ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।
2ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ।
3ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ?
4କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
5କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;