4କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
5କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
6ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
7ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
8କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।