ରୋମୀୟ 2

ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,

Romans 2:7 (UKJV) To them who by patient continuance in well doing seek for glory and honour and immortality, eternal life:

5କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;

6ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;

7ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,

8କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।

9ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.