9ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
10ଯେପରି ଲେଖାଅଛି, “ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
11ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;
12ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।
13ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,