1ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ।
2ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
3ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ?
4ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”