10ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ।
11ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
12ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।
13କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।
14ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।