ରୋମୀୟ 4

ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।

Romans 4:14 (UKJV) For if they which are of the law be heirs, faith is made void, and the promise made of no effect:

12ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।

13କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।

14ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।

15କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।

16ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.