13କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।
14ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।
15କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।
16ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
17ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ।