ରୋମୀୟ 4

ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,

Romans 4:19 (UKJV) And being not weak in faith, he considered not his own body now dead, when he was about an hundred years old, neither yet the deadness of Sarah's womb:

17ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ।

18“ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ।

19ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,

20ବରଂ ଈଶ୍ବରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ,

21କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.