18“ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ।
19ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,
20ବରଂ ଈଶ୍ବରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ,
21କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
22ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।