21କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
22ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
23ତାହାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାହାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
24ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
25ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ।