ରୋମୀୟ 4

କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।

Romans 4:3 (UKJV) For what says the scripture? Abraham believed God, and it was counted unto him for righteousness.

1ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?

2କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ।

3କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।

4ଯେ କର୍ମ କରେ, ତାହା ପକ୍ଷରେ ତାହାର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ।

5କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତେବେ, ତାହା ପକ୍ଷରେ ତାହାର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.