5କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତେବେ, ତାହା ପକ୍ଷରେ ତାହାର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ।
6ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା,
7“ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ।
8ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।”
9ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ନା ଅସୁନ୍ନତିପ୍ରାପ୍ତମାନଙ୍କୁ କୁହାଯାଏ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ୱାସ ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।