ରୋମୀୟ 5

କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;

Romans 5:13 (UKJV) (For until the law sin was in the world: but sin is not imputed when there is no law.

11ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।

12ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।

13କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;

14ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।

15କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.