ରୋମୀୟ 5

ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।

Romans 5:18 (UKJV) Therefore as by the offence of one judgment came upon all men to condemnation; even so by the righteousness of one the free gift came upon all men unto justification of life.

16ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;

17ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।

18ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।

19କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।

20ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.