ରୋମୀୟ 5

ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,

Romans 5:20 (UKJV) Moreover the law entered, that the offence might abound. But where sin abounded, grace did much more abound:

18ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।

19କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।

20ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,

21ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.