2ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
3କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
4ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
6କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।