6କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
7ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ।
8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
9ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
10କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।