ରୋମୀୟ 6

ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।

Romans 6:15 (UKJV) What then? shall we sin, because we are not under the law, but under grace? God forbid.

13କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।

14କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।

15ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।

16ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?

17କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.