ରୋମୀୟ 6

ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?

Romans 6:16 (UKJV) Know all of you not, that to whom all of you yield yourselves servants to obey, his servants all of you are to whom all of you obey; whether of sin unto death, or of obedience unto righteousness?

14କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।

15ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।

16ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?

17କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,

18ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.