ରୋମୀୟ 6

ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।

Romans 6:18 (UKJV) Being then made free from sin, all of you became the servants of righteousness.

16ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?

17କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,

18ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।

19ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।

20କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.