ରୋମୀୟ 6

ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?

Romans 6:2 (UKJV) God forbid. How shall we, that are dead to sin, live any longer therein?

1ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?

2ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?

3ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?

4ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.