ରୋମୀୟ 6

କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।

Romans 6:22 (UKJV) But now being made free from sin, and become servants to God, all of you have your fruit unto holiness, and the end everlasting life.

20କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ।

21ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।

22କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।

23କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.