ରୋମୀୟ 6

ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।

Romans 6:7 (UKJV) For he that is dead is freed from sin.

5କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।

6ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,

7ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।

8କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।

9ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.