ରୋମୀୟ 6

ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।

Romans 6:9 (UKJV) Knowing that Christ being raised from the dead dies no more; death has no more dominion over him.

7ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।

8କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।

9ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।

10କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି।

11ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.