1ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି।
2ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।
3ଅତଏବ, ସ୍ୱାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାହାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ୱାମୀ ମରିଯାଏ, ତେବେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ।