8କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋʼ ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ।
9ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;
10ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।
11କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା।
12ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।