13ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।
14ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।
15କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।
16କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ।
17ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି।