ରୋମୀୟ 7

ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି।

Romans 7:17 (UKJV) Now then it is no more I that do it, but sin that dwells in me.

15କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।

16କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ।

17ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି।

18କାରଣ ମୋʼ ଠାରେ, ଅର୍ଥାତ୍‍, ମୋʼ ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରିପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ।

19କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.