ରୋମୀୟ 7

କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,

Romans 7:22 (UKJV) For I delight in the law of God after the inward man:

20କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼ ଠାରେ ବାସ କରୁଥିବା ପାପ ତାହା କରେ।

21ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି।

22କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,

23କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।

24ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.