ରୋମୀୟ 7

କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।

Romans 7:23 (UKJV) But I see another law in my members, warring against the law of my mind, and bringing me into captivity to the law of sin which is in my members.

21ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି।

22କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,

23କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।

24ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?

25ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.