ରୋମୀୟ 7

ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।

Romans 7:4 (UKJV) Wherefore, my brethren, all of you also are become dead to the law by the body of Christ; that all of you should be married to another, even to him who is raised from the dead, that we should bring forth fruit unto God.

2ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।

3ଅତଏବ, ସ୍ୱାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାହାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ୱାମୀ ମରିଯାଏ, ତେବେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ।

4ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।

5କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,

6କିନ୍ତୁ ଯେପରି ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ବର୍ତ୍ତମାନ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାରେ ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.