6କିନ୍ତୁ ଯେପରି ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ବର୍ତ୍ତମାନ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାରେ ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।
7ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
8କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋʼ ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ।
9ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;
10ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।