1ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
2କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
3ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,