ରୋମୀୟ 8

ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;

Romans 8:12 (UKJV) Therefore, brethren, we are debtors, not to the flesh, to live after the flesh.

10କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।

11ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।

12ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;

13କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।

14ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.