12ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;
13କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
14ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
15କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
16ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,