ରୋମୀୟ 8

ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।

Romans 8:17 (UKJV) And if children, then heirs; heirs of God, and joint-heirs with Christ; if so be that we suffer with him, that we may be also glorified together.

15କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।

16ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,

17ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।

18କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।

19ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.