ରୋମୀୟ 8

କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;

Romans 8:20 (UKJV) For the creature was made subject to vanity, not willingly, but by reason of him who has subjected the same in hope,

18କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।

19ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।

20କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;

21ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।

22କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.