20କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;
21ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।
22କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।
23ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।
24କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?