ରୋମୀୟ 8

କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?

Romans 8:24 (UKJV) For we are saved by hope: but hope that is seen is not hope: for what a man sees, why does he yet hope for?

22କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।

23ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।

24କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?

25କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।

26ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.